March 25, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

*ଲୁହ ତୁମେ– ସୁପ୍ରଜିତ ସାହୁ*

#ଲୁହ_ତୁମେ

ଲୁହ ତୁମେ,
ନିଶବ୍ଦ ନିଶିର ନିରବ ଯମୁନା ନଈ,
ବିଧବା ନାରୀର ବୁକୁ ତଳ କଇଁ କଇଁ
ଅନ୍ଧାର ଅନ୍ତରେ ଆଲୋକର ଉପକ୍ରମ
ମୃତ୍ୟୁ ଆରପାରେ ଜୀବନର ଅନ୍ୟନାମ ।

ଲୁହ ତୁମେ,
ଆତ୍ମଗ୍ଲାନି ପରେ ଆଶାର ଉଦ୍ଗିରଣ
କା ‘ ଲାଗି ଗ୍ରହଣ କା ‘ ଲାଗି ରୂପେଲି ଜହ୍ନ
ସାଗର ଗରଭ ଶାମୁକାର ଲୁଣି ଜଳ
ଲୁହତୁମେ କେବେ କରମ ଅରଜା ଫଳ

ଲୁହ ତୁମେ,
କୁନି ଶିଶୁ ନେତ୍ରୁ ଝରାଅ ଅଳି ଅଝଟ
ବିରହ ବୁକୁରେ ବେଦନାର ଚିତ୍ରପଟ
ହୃଦୟ ଗରଭେ ରତ୍ନ ଦୀପଶିଖା ଜାଳି
ନୟନ କାନ୍ଥରେ କୋହ ସାଥେ ଖେଳ ଦୋଳି

ଲୁହ ତୁମେ,
ମାନିନୀ ଆଖିରେ କେବେ ଶ୍ରାବଣର ଧାରା
ସ୍ଵାଭିମାନୀ ଦେହେ କେବେ ଗ୍ରୀଷ୍ମର ଖରା
ଦୁଃଖୀ ଦରିଦ୍ର ର ପସରା ଗଳାର ହାର
ପର ଏ ଦୁନିଆ…
ତୁମେ ତ ଏକା ନିଜର…..।
#ସୁପ୍ରଜିତ୍ ସାହୁ

 589 total views,  1 views today

Leave a Reply

Your email address will not be published. Required fields are marked *